ଜାରି ହେଲା ପୌର ନିର୍ବାଚନ ସଂଶୋଧିତ ସମୟସୂଚୀ, ଆସନ୍ତା ୨୪ ସୁଦ୍ଧା ଶେଷ ହେବ ଏହି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ

ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ବିଭାଗ ପକ୍ଷରୁ ଶୁକ୍ରବାର ପୌର ନିର୍ବାଚନ ନେଇ ୱାର୍ଡ ସୀମା ନିର୍ଦ୍ଧାରଣ ପାଇଁ ସଂଶୋଧିତ ସମୟସୂଚୀ ଜାରି କରାଯାଇଛି। ଆସନ୍ତା ୨୪ ତାରିଖ ସୁଦ୍ଧା ପୌରସଂସ୍ଥା ଓ NACର ୱାର୍ଡ ସୀମା ନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ସମ୍ପର୍କିତ ଡ୍ରାଫ୍ଟ ବିଜ୍ଞପ୍ତି ଜାରି କରାଯିବ। ପରେ ଜନସାଧାରଣଙ୍କଠାରୁ ଆପତ୍ତି ଓ ପ୍ରସ୍ତାବ ଗ୍ରହଣ କରାଯିବ। ଅକ୍ଟୋବରରେ ୩ ଆପତ୍ତି ଓ ପ୍ରସ୍ତାବ ଦାଖଲର ଶେଷ ତାରିଖ ଜାରି କରାଯାଇଛି। ଅକ୍ଟୋବର ୭ ତାରିଖ ସୁଦ୍ଧା ପ୍ରୋଭିଜନାଲ ବିଜ୍ଞପ୍ତି ବାହାରିବ ବୋଲି ବିଭାଗ ପକ୍ଷରୁ ଅବଗତ କରାଯାଇଛି।

ଅକ୍ଟୋବର ୭ରୁ ୨୧ ମଧ୍ୟରେ ସରକାରଙ୍କ ନିକଟରେ ଅପିଲ କରିପାରିବେ। ଅପିଲର ଶୁଣାଣି ଓ ନିଷ୍ପତ୍ତି ପ୍ରକ୍ରିୟା ଅକ୍ଟୋବର ୨୬ରୁ ୨୮ ମଧ୍ୟରେ ହେବ। ଅପିଲର ନିଷ୍ପତ୍ତି ପରେ ଅକ୍ଟୋବର ୩୧ ସୁଦ୍ଧା ଚୂଡ଼ାନ୍ତ ବିଜ୍ଞପ୍ତି ପ୍ରକାଶ ପାଇବ ବୋଲି ବିଭାଗ ପକ୍ଷରୁ କୁହାଯାଇଛି।

Leave a Reply

Your email address will not be published. Required fields are marked *